Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 21:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ, ଅର୍ଥାତ୍‍, ଅମ୍ମୋନ-ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ଇସ୍ରାଏଲ ଖଡ଼୍‍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ୍-ସନ୍ତାନଗଣର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ୍-ସନ୍ତାନଗଣର ସୀମା ଦୃଢ଼ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

24 ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ, ଅର୍ଥାତ୍‍, ଅମ୍ମୋନ ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

24 ମାତ୍ର ଇସ୍ରାଏଲର ଲୋକମାନେ ରାଜାଙ୍କୁ ହତ୍ୟା କଲେ। ତା'ପରେ ସେମାନେ ଅର୍ଣ୍ଣୋନଠାରୁ ଯଦ୍ଦୋକ ପର୍ଯ୍ୟନ୍ତ ଅର୍ଥାତ୍ ଅମ୍ମୋନୀୟମାନଙ୍କର ସୀମା ପର୍ଯ୍ୟନ୍ତ ଅଗ୍ରସର ହେଲେ। ସେମାନେ ସେମାନଙ୍କର ଦେଶ ଅଧିକାର କଲେ କିନ୍ତୁ ଆଗକୁ ଯାଇ ପାରିଲେ ନାହିଁ। କାରଣ ଅମ୍ମୋନୀୟମାନେ ଶକ୍ତିଶାଳୀ ଥିଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 21:24
24 Iomraidhean Croise  

ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍‍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।


ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍‍, ହିଷ୍‍ବୋନ ରାଜାର ଦେଶ ଓ ବାଶନର ଓଗ୍‍ ରାଜାର ଦେଶ ଅଧିକାର କଲେ।


ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;


ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।


ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।


“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ


ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।


ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍‍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ;


ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍‍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ।


କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍‍ର,


ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।


ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।


ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?


ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, “କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।”


ପୁଣି ସେମାନେ କହିଲେ, “ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି?” ତହିଁରେ ଦେଖ, ଯାବେଶ-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।


Lean sinn:

Sanasan


Sanasan