Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 21:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

26 କାରଣ ହିଷ୍ବୋନ୍ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ୍ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

26 କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

26 କାରଣ ହି‌ଷ୍‌ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ରାଜକୀୟ ନଗର ଥିଲା। ସେ ମୋୟାବର ପୂର୍ବ ରାଜା ବିପକ୍ଷରେ ଯୁଦ୍ଧ କଲେ ଏବଂ ଅର୍ଣ୍ଣୋନ ପର୍ଯ୍ୟନ୍ତ ଦେଶ ଅଧିକାର କଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 21:26
13 Iomraidhean Croise  

ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।


ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।


ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍‍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍‍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍‍ଗାମୀ ହେବ।


ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।


ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍‍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍‍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।


ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍‍ ହିଷ୍‍ବୋନରେ ଓ ତହିଁର ସମସ୍ତ ନଗରରେ ବାସ କଲେ।


ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;


“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ


ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;


ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,


ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।


ହିଷ୍‍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ।


ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍‍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?


Lean sinn:

Sanasan


Sanasan