Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 21:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡ଼ିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ଦାହକ-ସର୍ପଣ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ତେଣୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ବିଷଧର ସର୍ପ ପ୍ରେରଣ କଲେ। ସେହି ସର୍ପମାନେ ଲୋକମାନଙ୍କୁ ଦଂଶନ କରିବାରୁ ଇସ୍ରାଏଲର ଅନେକ ଲୋକ ମଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 21:6
8 Iomraidhean Croise  

“ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।


ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।


ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।


ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;


ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।


ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;


Lean sinn:

Sanasan


Sanasan