Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ଏଥିରେ ବିଲୀୟମ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ଵର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଏଥିରେ ବିଲିୟମ ବାଲା‌କ୍‌‌ର ଦାସମାନଙ୍କୁ କହିଲେ, “ଯଦି ବାଲାକ୍ ସୁନା, ରୂପାରେ ପରିପୂର୍ଣ୍ଣ ନିଜର ଗୃହକୁ ମୋତେ ଦେଇ ଦିଅନ୍ତି, ତଥାପି ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ଆଜ୍ଞା ବାହାରକୁ ଯାଇ ପାରିବି ନାହିଁ।

Faic an caibideil Dèan lethbhreac




ଗଣନା ପୁସ୍ତକ 22:18
14 Iomraidhean Croise  

ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,


ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”


ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”


ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ୱର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି;


ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।


ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”


ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”


ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।


ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?”


ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?


‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’


କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।


ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।


ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।


Lean sinn:

Sanasan


Sanasan