Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 22:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନି ଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

32 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକି କିହେତୁ ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;

Faic an caibideil Dèan lethbhreac

ଓଡିଆ ବାଇବେଲ

32 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;

Faic an caibideil Dèan lethbhreac

ପବିତ୍ର ବାଇବଲ

32 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାକୁ କହିଲେ, “ତୁମ୍ଭେ ତିନିଥର ଏହି ଗଧକୁ କାହିଁକି ପ୍ରହାର କଲ? ଦେଖ, ମୁଁ ତୁମ୍ଭର ଶତ୍ରୁରୂପେ ଆସିଅଛି, ଯେହେତୁ ତୁମ୍ଭର ଯାତ୍ରା ଭୁଲ୍ ଅଟେ।

Faic an caibideil Dèan lethbhreac




ଗଣନା ପୁସ୍ତକ 22:32
19 Iomraidhean Croise  

ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।


ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।


ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।


ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।


ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।


ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।


ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।


ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”


ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”


ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।


ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”


ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”


ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।


ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?


କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍‍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍‍କୁ ବେତନ ଦେଲେ।


ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।


Lean sinn:

Sanasan


Sanasan