Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 22:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶପ୍ତ ହୁଏ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ୍; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି ତୁମ୍ଭେ ଯାହାକୁ ଶାପ ଦିଅ, ସେ ଶାପଗ୍ରସ୍ତ ହୁଏ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ‍; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶାପଗ୍ରସ୍ତ ହୁଏ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଏଣୁ ଆମ୍ଭେ ତୁମ୍ଭକୁ ଆସିବାକୁ ଓ ଆମ୍ଭ ତରଫରୁ ଏହିସବୁ ଲୋକମାନଙ୍କୁ ଅଭିଶାପ ଦେବା ପାଇଁ ନିବେଦନ କରୁଅଛୁ। କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ୍ ଅଛନ୍ତି। ତୁମ୍ଭ ସାହାଯ୍ୟ ଦ୍ୱାରା ଆମ୍ଭେ ସେମାନଙ୍କୁ ଆମ୍ଭ ରାଜ୍ୟରୁ ବାହାର କରି ପାରିବୁ। ଆମ୍ଭେ ଜାଣୁ ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେମାନେ ଭାଗ୍ୟବାନ୍ ଏବଂ ତୁମ୍ଭେ ଯାହାକୁ ଶାପ ଦିଅ, ସେ ଶାପଗ୍ରସ୍ତ ହୁଏ।”

Faic an caibideil Dèan lethbhreac




ଗଣନା ପୁସ୍ତକ 22:6
23 Iomraidhean Croise  

ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”


ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”


ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”


ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”


କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍‍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।


ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ।


ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।


‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”


ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।”


କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”


ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”


ତହୁଁ ବାଲାକ ବିଲୀୟମ୍‍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”


ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”


ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା।


କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍‍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍‍କୁ ବେତନ ଦେଲେ।


ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।


ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।


Lean sinn:

Sanasan


Sanasan