Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 23:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ଏଉତ୍ତାରେ ବାଲାକ କହିଲେ, ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦିଅ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”

Faic an caibideil Dèan lethbhreac

ପବିତ୍ର ବାଇବଲ

13 ଏହା ପରେ ବାଲାକ୍ କହିଲେ, “ଦୟାକରି, ତୁମ୍ଭେ ମୋ’ ସହିତ ଏକ ସ୍ଥାନକୁ ଆସ, ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ। ତୁମ୍ଭେ କେବଳ ସେମାନଙ୍କୁ ଦେଖିବ ଯେଉଁମାନେ ଶେଷ ଭାଗରେ ଅଛନ୍ତି। କିନ୍ତୁ ତୁମ୍ଭେ ସମସ୍ତଙ୍କୁ ଦେଖି ପାରିବ ନାହିଁ। ସେହିଠାରୁ ମୋ’ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”

Faic an caibideil Dèan lethbhreac




ଗଣନା ପୁସ୍ତକ 23:13
10 Iomraidhean Croise  

ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା।


ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।’”


ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା।


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”


ପୁଣି, ପ୍ରଭାତରେ ବାଲାକ ବିଲୀୟମ୍‍କୁ ସଙ୍ଗେ ନେଇ ବାଲ୍‍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।


ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶପ୍ତ ହୁଏ।”


ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ ନୁହେଁ?”


ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।


ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।


Lean sinn:

Sanasan


Sanasan