Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେତେବେଳେ ସଦାପ୍ରଭୁ ବିଲୀୟମ୍‍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ସେତେବେଳେ ସଦାପ୍ରଭୁ ବିଲୀୟମର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି ତାହାକୁ ଏରୂପ କୁହ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ସେତେବେଳେ ସଦାପ୍ରଭୁ ବିଲୀୟମ୍‍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି, ତାହାକୁ ଏହିପରି କୁହ।”

Faic an caibideil Dèan lethbhreac

ପବିତ୍ର ବାଇବଲ

5 ସେତେବେଳେ ସଦାପ୍ରଭୁ ବିଲିୟମର ମୁଖରେ ଏକ ବାକ୍ୟ ଦେଇ ତାକୁ କହିଲେ, “ତୁମ୍ଭେ ବାଲାକ୍ ନିକଟକୁ ଫେରିଯାଅ, ତାକୁ ଏହିରୂପେ କୁହ।”

Faic an caibideil Dèan lethbhreac




ଗଣନା ପୁସ୍ତକ 23:5
14 Iomraidhean Croise  

ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।


ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।


ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।


ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ‘ତୁମ୍ଭେ ଆମ୍ଭର ଲୋକ,’ ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।”


ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।


ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;


ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”


ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।


ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।”


ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”


ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।


କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”


ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,


ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।


Lean sinn:

Sanasan


Sanasan