Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 23:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଶାପ ଦିଅ; ପୁଣି ଆସ, ଇସ୍ରାଏଲକୁ ଅଭିଶପ୍ତ କରସ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”

Faic an caibideil Dèan lethbhreac

ପବିତ୍ର ବାଇବଲ

7 ତହୁଁ ବିଲିୟମ କହିଲେ, “ମୋୟାବର ରାଜା ବାଲାକ୍, ଅରାମଠାରୁ ପୂର୍ବ ଦିଗସ୍ଥିତ ପର୍ବତ ଶ୍ରେଣୀରୁ ମୋତେ ଆଣିଅଛି। ‘ଆସ, ଏବଂ ମୋ’ ନିମନ୍ତେ ଯାକୁବକୁ ଶାପ ଦିଅ। ଇସ୍ରାଏଲକୁ ଅଭିଶାପ ଦେବା ପାଇଁ ଆଉଥରେ ଆସ।’

Faic an caibideil Dèan lethbhreac




ଗଣନା ପୁସ୍ତକ 23:7
31 Iomraidhean Croise  

ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍‍ ଓ ଅରାମ।


ଉଠ, ପଦ୍ଦନ୍‍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।


ଆଉ ଯାକୁବ ଆପଣା ପିତାମାତାଙ୍କର ଆଜ୍ଞା ମାନି ପଦ୍ଦନ୍‍ ଅରାମକୁ ପ୍ରସ୍ଥାନ କରିଅଛି,


ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।


ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,


ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,


ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,


ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?


ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;


ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;


ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”


ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, “ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।”


ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, “ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର!”


‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”


କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”


ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।


ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।


ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;


ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।


ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ?


ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,


ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”


ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା।


ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।


କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍‍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍‍କୁ ବେତନ ଦେଲେ।


ଆହୁରି ସେ ପଲେଷ୍ଟୀୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।”


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”


ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, “ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।


Lean sinn:

Sanasan


Sanasan