Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ବିଲୀୟମ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥରଯାକ ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।”

Faic an caibideil Dèan lethbhreac

ପବିତ୍ର ବାଇବଲ

10 ବାଲାକ୍ ବିଲିୟମକୁ ରାଗିଗଲା। ବାଲାକ୍ ବିଲିୟମକୁ କହିଲା, “ମୁଁ ମୋର ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ନିମନ୍ତ୍ରଣ କଲି କିନ୍ତୁ ତୁମ୍ଭେ ସେମାନଙ୍କୁ ତିନିଥର ଆଶୀର୍ବାଦ କଲ।

Faic an caibideil Dèan lethbhreac




ଗଣନା ପୁସ୍ତକ 24:10
15 Iomraidhean Croise  

କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍‍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।


ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍‍ ମାରି ତାହାକୁ ସ୍ୱ ସ୍ଥାନରୁ ଦୂର କରିବେ।


ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।


ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।


ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ।


‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”


କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”


ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶପ୍ତ ହୁଏ।”


ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”


ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”


ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”


ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା।


ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।


Lean sinn:

Sanasan


Sanasan