ଗଣନା ପୁସ୍ତକ 24:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ତ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ଵ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ। Faic an caibideilଓଡିଆ ବାଇବେଲ17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ। Faic an caibideilପବିତ୍ର ବାଇବଲ17 “ମୁଁ ସଦାପ୍ରଭୁଙ୍କୁ ଆସୁଥିବା ଦେଖିଲି, କିନ୍ତୁ ବର୍ତ୍ତମାନ ନୁହେଁ। ମୁଁ ତାଙ୍କର ଦର୍ଶନ ପାଉଅଛି, କିନ୍ତୁ ସେ ନିକଟବର୍ତ୍ତୀ ନୁହନ୍ତି। ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ତ ଉତ୍ଥିତ ହେବ। ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ପରିବାରବର୍ଗକୁ ଚୂର୍ଣ୍ଣ କରିବ। Faic an caibideil |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।