Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 27:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ତଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

17 ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି, ଯେ ସେମାନଙ୍କର ପଥ ପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

17 ମୁଁ ତୁମ୍ଭଙ୍କୁ ବିନୟ କରୁଛି ଏକ ପ୍ରତିନିଧି ବାଛିବାକୁ, ଯିଏ ସେମାନଙ୍କୁ ଆଗେଇ ନେବ ଏବଂ ନୂତନ ଭୂମିକୁ ଆଣି ପାରିବ। ଏହି ପ୍ରକାରେ ସଦାପ୍ରଭୁଙ୍କର ଲୋକମାନେ ବିନା ପାଳକରେ ମେଷପଲ ତୁଲ୍ୟ ହେବେ ନାହିଁ।”

Faic an caibideil Dèan lethbhreac




ଗଣନା ପୁସ୍ତକ 27:17
19 Iomraidhean Croise  

ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”


ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”


ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।


ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”


ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକୁ କିଏ ବିଚାର କରି ପାରିବ?”


ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”


ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।


କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।


“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ।


କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।”


ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।


ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ।


ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।


ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ‘ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ।’


କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।


ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ।


ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।”


Lean sinn:

Sanasan


Sanasan