Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 28:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ସେମାନଙ୍କୁ କୁହ, ସେମାନେ ନିମ୍ନରେ ଦର୍ଶାଯାଇଥିବା ଉପହାରଗୁଡ଼ିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁଣ ଦୁଇଟି ମେଷବତ୍ସ ଉତ୍ସର୍ଗ କରିବେ।

Faic an caibideil Dèan lethbhreac




ଗଣନା ପୁସ୍ତକ 28:3
25 Iomraidhean Croise  

ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;


ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍‍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।


ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।


ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍‍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।


ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।


ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।


ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?”


ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।


“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।


“ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;


ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।


ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।


ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।


ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।


ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।’”


ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ।


ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।


ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।


ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।


ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,


ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।


Lean sinn:

Sanasan


Sanasan