Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 29:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

12 “ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବା ଉଚିତ୍। ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ। ପୁଣି ସାତ ଦିନ ଯାଏ ଉତ୍ସବ ପାଳନ କରିବା ଉଚିତ୍।

Faic an caibideil Dèan lethbhreac




ଗଣନା ପୁସ୍ତକ 29:12
16 Iomraidhean Croise  

ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବେଥେଲ୍‍ରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବେଥେଲ୍‍ରେ ସ୍ଥାପନ କଲେ।


ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;


ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;


ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।


ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।


ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍‍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।


ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନ ପର୍ଯ୍ୟନ୍ତ ଏହିରୂପ, ଅର୍ଥାତ୍‍, ପାପାର୍ଥକ ବଳିର, ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ।


ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


“ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।


ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।


ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


Lean sinn:

Sanasan


Sanasan