Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ତଳୀର ରକ୍ଷଣୀୟ ରକ୍ଷା କରିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ସେମାନଙ୍କର ସମାଗମ-ତମ୍ବୁ ନିକଟରେ ରକ୍ଷକ ହେବେ। ସମଗ୍ର ଇସ୍ରାଏଲ ସମାଜ ପାଇଁ ସେମାନେ ମଧ୍ୟ ପବିତ୍ର ଛାଉଣିରେ କାର୍ଯ୍ୟ କରିବେ।

Faic an caibideil Dèan lethbhreac




ଗଣନା ପୁସ୍ତକ 3:7
13 Iomraidhean Croise  

ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।


ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍‍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।


ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।


ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”


ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।


ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”


ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।


ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।


ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”


ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।


ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।


Lean sinn:

Sanasan


Sanasan