Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 30:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ତାହାର ସ୍ଵାମୀ ଯେବେ ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ଵାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ମାତ୍ର ତା'ର ସ୍ୱାମୀ ଯଦି ଶୁଣିବା ପରେ ତାକୁ ଅସ୍ୱୀକାର କରେ, ତେବେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନେଇଥିବା ଶପଥସବୁ ବାତିଲ ହୋଇଯିବ। ତା'ର ସ୍ୱାମୀ ପ୍ରତିଜ୍ଞା ଭଙ୍ଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।

Faic an caibideil Dèan lethbhreac




ଗଣନା ପୁସ୍ତକ 30:12
10 Iomraidhean Croise  

ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍‍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।


ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”


ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।


ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।


ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରିପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରିପାରେ।


ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।


ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।


କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ବର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।


ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।


Lean sinn:

Sanasan


Sanasan