Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 30:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ତାହାର ସ୍ଵାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ପୁଣି ତା'ର ସ୍ୱାମୀ ତାହା ଶୁଣି କୌଣସି ଅଭିଯୋଗ ନ କରେ, ତେବେ ତା'ର ପ୍ରତିଜ୍ଞା ପାଳନ ହେବ ଓ ସେ କରିଥିବା ଶପଥ ପାଳନ କରାଯିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 30:7
7 Iomraidhean Croise  

ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”


ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;


ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।


ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ।


ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”


ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।


Lean sinn:

Sanasan


Sanasan