Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 32:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କିହେତୁ ସେମାନଙ୍କ ମନକୁ ସାହସହୀନ କରୁଅଛ?

Faic an caibideil Dèan lethbhreac

ଓଡିଆ ବାଇବେଲ

7 ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ ?

Faic an caibideil Dèan lethbhreac

ପବିତ୍ର ବାଇବଲ

7 ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ନଦୀ ପାର ହୋଇ ସେ ଦେଶକୁ ଯିବା ପାଇଁ ତୁମ୍ଭେମାନେ କାହିଁକି ସେମାନଙ୍କୁ ନିରୁତ୍ସାହିତ କରୁଛ?

Faic an caibideil Dèan lethbhreac




ଗଣନା ପୁସ୍ତକ 32:7
9 Iomraidhean Croise  

ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।


ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”


ସେମାନଙ୍କର ନାମ ଏହି: ରୁବେନ୍‍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;


ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।


ଏଥିରେ ମୋଶା ଗାଦ୍‍ର ସନ୍ତାନଗଣକୁ ଓ ରୁବେନ୍‍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?


କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।


ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।


ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”


Lean sinn:

Sanasan


Sanasan