Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 34:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ସେହି ସୀମା ଶଫାମ୍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବପାର୍ଶ୍ଵ ଦେଇ ଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବ ଦିଗ ହୋଇ ରିବ୍‍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ସେହି ସୀମା ଶଫାମ୍‌ଠାରୁ ଐନନ ପୂର୍ବଦିଗ ଆଡ଼କୁ ଶେଷରେ ରି‌ବ୍‌ଲାର ପାଦଭୂମି ପର୍ଯ୍ୟନ୍ତ ଯିବ ଏବଂ ପୂର୍ବରେ ଏହା ଗାଲିଲୀ ହ୍ରଦ ପର୍ଯ୍ୟନ୍ତ ବିସ୍ତୃତ ହେବ।

Faic an caibideil Dèan lethbhreac




ଗଣନା ପୁସ୍ତକ 34:11
16 Iomraidhean Croise  

ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।


ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।


ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା।


ତହୁଁ ସେମାନେ ରାଜାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।


ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନ୍‍ଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ।


ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”


ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ।


ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;


ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍‍, ତିବିରୀୟା ହ୍ରଦର ଆରପାରିକୁ ଗଲେ।


ଆଉ କିନ୍ନେରତ୍‍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍‍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।


ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍‍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,


ଓ ପଦାଭୂମିସ୍ଥିତ କିନ୍ନେରତ୍‍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।


ଓ ତଳଭୂମିରେ ବେଥ୍-ହାରମ୍‍ ଓ ବେଥ୍-ନିମ୍ରା ଓ ସୁକ୍କୋତ ଓ ସାଫୋନ୍‍ ଓ ହିଷ୍‍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍‍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।


ପୁଣି ସବୀମ ଓ ସେର ଓ ହମ୍ମତ୍‍, ରକ୍କତ୍‍ ଓ କିନ୍ନେରତ୍‍


Lean sinn:

Sanasan


Sanasan