Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯେଉଁ ଦିନ ମୋଶା ଆବାସ ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଅନନ୍ତର ଯେଉଁ ଦିନ ମୋଶା ପବିତ୍ର ତମ୍ବୁର କାର୍ଯ୍ୟ ଶେଷ କଲେ, ସେ ତୈଳ ଦେଇ ଏହାକୁ ଅଭିଷିକ୍ତ କଲେ ଏବଂ ଯଜ୍ଞବେଦି ଏବଂ ତାହାର ସମସ୍ତ ପାତ୍ର ଏବଂ ଯଜ୍ଞବେଦି ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 7:1
15 Iomraidhean Croise  

ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।


ସେହି ଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।


“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”


ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତିଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।


ଆଉ ତୁମ୍ଭେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।


ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍‍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।


ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;


ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକ ବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।


ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ?


Lean sinn:

Sanasan


Sanasan