Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ସେହି ଦୀପବୃକ୍ଷର କର୍ମ ସ୍ଵର୍ଣ୍ଣର ପିଟାକର୍ମ ଥଲା; ତହିଁର ଗଣ୍ତି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ସେହିସବୁ ଦୀପରୁଖା ଆଧାର ଓ ତା'ର ଉପରର ଫୁଲ ଗୁଡ଼ିକ ପିଟା ସୁବର୍ଣ୍ଣରେ ନିର୍ମିତ ହୋଇଥିଲା। ସଦାପ୍ରଭୁ ମୋଶାଙ୍କୁ ନିର୍ଦ୍ଦେଶ ମୁତାବକ ମୋଶା ଦୀପରୁଖା ନିର୍ମାଣ କଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 8:4
11 Iomraidhean Croise  

ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟାକର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।


ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।


ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।


ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।


ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।


ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହିସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।


Lean sinn:

Sanasan


Sanasan