Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ଵଦେଶଜାତ କି ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

14 “ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାରପର୍ବର ବିଧି ଅନୁସାରେ ଓ ତହିଁର ଶାସନ ଅନୁସାରେ ତାହା ପାଳନ କରିବ; ସ୍ୱଦେଶୀ ହେଉ କି ବିଦେଶୀ ହେଉ, ଉଭୟଙ୍କ ପାଇଁ ବିଧି ସମାନ ହେବ।”

Faic an caibideil Dèan lethbhreac




ଗଣନା ପୁସ୍ତକ 9:14
14 Iomraidhean Croise  

ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ, ସେସମସ୍ତେ ଭୋଜନ କଲେ।


ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।


ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ।


ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।’”


ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ-ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।


ସମାଜ ନିମନ୍ତେ, (ଅର୍ଥାତ୍‍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।


ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”


ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,


ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପାʼନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।


Lean sinn:

Sanasan


Sanasan