Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହି ଦିନ ମେଘ ଆବାସକୁ, ଅର୍ଥାତ୍‍, ସାକ୍ଷ୍ୟ-ତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ଵୁକୁ ଆଚ୍ଛାଦନ କଲା; ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା

Faic an caibideil Dèan lethbhreac

ଓଡିଆ ବାଇବେଲ

15 ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍‍, ସାକ୍ଷ୍ୟତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା

Faic an caibideil Dèan lethbhreac

ପବିତ୍ର ବାଇବଲ

15 ଯେଉଁ ଦିନ ପବିତ୍ର ତମ୍ବୁ ସ୍ଥାପିତ ହେଲା, ସେହି ଦିନ ମେଘ ନିୟମ ତମ୍ବୁ ଆଚ୍ଛାଦନ କଲା। ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ପବିତ୍ର ତମ୍ବୁ ଉପରେ ଅଗ୍ନିତୁଲ୍ୟ ଦେଖାଗଲା।

Faic an caibideil Dèan lethbhreac




ଗଣନା ପୁସ୍ତକ 9:15
21 Iomraidhean Croise  

ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।


ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।


ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।


ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।


ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରି ପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘ ସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;


ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ।


ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।


“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।


ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।


ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।


କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।


ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।


ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।


ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନିସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।


ତହୁଁ ମୋଶା ସାକ୍ଷ୍ୟ-ତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।


କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,


ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।


Lean sinn:

Sanasan


Sanasan