Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସବୁ କର୍ମ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସୀନୟ ମରୁଭୂମିରେ ନିସ୍ତାରପର୍ବ ପାଳନ କଲେ, ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ଇସ୍ରାଏଲର ଲୋକମାନେ ସବୁ କାର୍ଯ୍ୟ କଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 9:5
18 Iomraidhean Croise  

ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।


ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।


ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।


ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।


ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।


ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।


ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।


ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ।


ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,


ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।


ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।


ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ।


ଇସ୍ରାଏଲ-ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।


Lean sinn:

Sanasan


Sanasan