Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀ-ମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;

Faic an caibideil Dèan lethbhreac

ଓଡିଆ ବାଇବେଲ

2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 ଯେଉଁମାନେ ଅସତ୍ କାର୍ଯ୍ୟରେ ଲିପ୍ତ, ଯେଉଁମାନେ ଶରୀରକୁ ବିକଳାଙ୍ଗ କରିବା ପାଇଁ ଜିଦ୍ ଧରନ୍ତି, ସେହି କୁକୁରମାନଙ୍କ ପ୍ରତି ସାବଧାନ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ଯେଉଁମାନେ ମନ୍ଦକର୍ମରେ ଲିପ୍ତ, ସେମାନଙ୍କଠାରୁ ସାବଧାନ ହୋଇ ରୁହ, ସେମାନେ କୁକୁରମାନଙ୍କ ପରି। ସେମାନେ ଲୋକମାନଙ୍କୁ ସୁନ୍ନତ ହେବା ପାଇଁ ଦାବୀ କରନ୍ତି।

Faic an caibideil Dèan lethbhreac




ଫିଲିପୀୟ 3:2
31 Iomraidhean Croise  

ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।


କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।


ଖଡ୍ଗରୁ ମୋʼ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।


ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।


ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!


ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।


କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;


କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,


ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।


କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


Lean sinn:

Sanasan


Sanasan