Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ଆମ୍ଭେମାନେ ତ ସ୍ଵର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;

Faic an caibideil Dèan lethbhreac

ଓଡିଆ ବାଇବେଲ

20 ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

20 ସେ ଯାହାହେଉ, ଆମ୍ଭେମାନେ ସ୍ୱର୍ଗ ରାଜ୍ୟର ପ୍ରଜା। ସ୍ୱର୍ଗରୁ ଆମ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ଆମେ ଆଗ୍ରହରେ ପ୍ରତୀକ୍ଷା କରୁଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

20 କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ୱର୍ଗ। ଆମ୍ଭେ ସ୍ୱର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁ ଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି।

Faic an caibideil Dèan lethbhreac




ଫିଲିପୀୟ 3:20
36 Iomraidhean Croise  

ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।


ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।


ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”


ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”


ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।


ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;


ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ।


ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।


ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।


କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;


ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ;


ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,


ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,


ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।


ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।


କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।


କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।


“ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍‍।”


Lean sinn:

Sanasan


Sanasan