ପ୍ରକାଶିତ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍।” Faic an caibideilପବିତ୍ର ବାଇବଲ (Re-edited) - (BSI)7 ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ଆମେନ୍। Faic an caibideilଓଡିଆ ବାଇବେଲ7 ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ । ହଁ ଆମେନ୍ । Faic an caibideilପବିତ୍ର ବାଇବଲ (CL) NT (BSI)7 ଦେଖ, ସେ ମେଘମାଳାରେ ଆସୁଅଛନ୍ତି - ପୃଥିବୀବାସୀ ସମସ୍ତେ ତାଙ୍କୁ ଦେଖିବେ; ଏପରି କି ଯେଉଁମାନେ ତାଙ୍କୁ ବଦ୍ଧ କରିଥିଲେ, ସେମାନେ ମଧ୍ୟ ତାଙ୍କୁ ଦେଖି ଭୟବିହ୍ୱଳ ହୋଇ ବିଳାପ କରିବେ। ଏ ସବୁ ନିଶ୍ଚୟ ଘଟିବ - ଆମେନ୍। Faic an caibideilପବିତ୍ର ବାଇବଲ7 ଦେଖ, ଯୀଶୁ ମେଘମାଳାରେ ଆସୁଅଛନ୍ତି। ପ୍ରତ୍ୟେକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ୟ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନରେ ଉଚ୍ଚସ୍ୱରରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍। Faic an caibideil |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।