Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶଦ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

3 ସିଂହ ଗର୍ଜନ ପରି ହୁଙ୍କାର କରି ସେ ଆହ୍ୱାନ କଲେ, ଠିକ୍ ସେହିପରି ହୁଙ୍କାର କରି ସାତଟି ମେଘ ଏହି ଆହ୍ୱାନର ଉତ୍ତର ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ସେ ସିଂହ ଗର୍ଜନ ପରି ଜୋର୍‌‌ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତ ବଜ୍ର ତାହାର ଉତ୍ତର ଦେଲେ।

Faic an caibideil Dèan lethbhreac




ପ୍ରକାଶିତ 10:3
16 Iomraidhean Croise  

ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।


ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।


କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।


ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍‍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।


ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।


ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।


ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।


ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।


ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।


ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”


ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”


ପୁଣି, ମୁଁ ସ୍ୱର୍ଗରୁ ବହୁବନ୍ୟାଜଳ ଓ ମହାବଜ୍ରନାଦ ତୁଲ୍ୟ ଗୋଟିଏ ସ୍ୱର ଶୁଣିଲି; ଯେଉଁ ସ୍ୱର ମୁଁ ଶୁଣିଲି, ତାହା ବୀଣାବାଦକମାନଙ୍କ ବୀଣାର ଶଦ୍ଦ ପରି।


ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶମାନଙ୍କରେ ଈଶ୍ବରଙ୍କ କ୍ରୋଧ ସମାପ୍ତ।


ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ବରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।


ସିଂହାସନ ମଧ୍ୟରୁ ବିଜୁଳି, ବିଭିନ୍ନ ସ୍ୱର ଓ ମେଘଗର୍ଜ୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ବରଙ୍କ ସପ୍ତ ଆତ୍ମା।


ପରେ ସେହି ଦୂତ ଧୂପଦାନୀ ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳି ଓ ଭୂମିକମ୍ପ ହେଲା।


Lean sinn:

Sanasan


Sanasan