Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 12:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ଵାରା ତାହାକୁ ଜୟ କରିଅଛନ୍ତି, ପୁଣି ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

11 ମେଷଶାବକଙ୍କ ରକ୍ତର ବଳରେ ଓ ସେମାନେ ଘୋଷଣା କରୁଥିବା ସତ୍ୟ ପାଇଁ ଆତ୍ମବଳିଦାନ କରିବାକୁ ପ୍ରସ୍ତୁତ ଥିବାରୁ ଆମ ଭାଇମାନେ ବିଜୟୀ ହୋଇଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଆମ୍ଭ ଭାଇମାନେ ମେଷଶାବକଙ୍କ ରକ୍ତ ଦ୍ୱାରା ଓ ସେମାନଙ୍କର ପ୍ରଗ୍ଭର ଦ୍ୱାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସେମାନେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିଥିଲେ।

Faic an caibideil Dèan lethbhreac




ପ୍ରକାଶିତ 12:11
33 Iomraidhean Croise  

“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ।


ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।


ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?


ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍‍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।


ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ।


ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ସ୍ବର୍ଗୀୟ ଭୋଜନ ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ ପ୍ରସ୍ତର ତାହାକୁ ଦେବୁ।”


ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।”


ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।


ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆପଣା ଈଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।


ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।


Lean sinn:

Sanasan


Sanasan