Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଆକର୍ଷଣ କରି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବାକୁ ଉଦ୍ୟତ ସ୍ତ୍ରୀଲୋକ ପ୍ରସବ କରିବାମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 ସେ ତା’ର ଲାଞ୍ଜରେ ଆକାଶରୁ ଏକ ତୃତୀୟାଂଶ ନକ୍ଷତ୍ର ଟାଣିଆଣି ପୃଥିବୀ ଉପରେ ନିକ୍ଷେପ କଲା। ପିଲାଟି ଜନ୍ମ ହେବା ସଙ୍ଗେ ସଙ୍ଗେ ତାକୁ ଖାଇ ଦେବା ଉଦ୍ଦେଶ୍ୟରେ ସର୍ପ ଉକ୍ତ ନାରୀ ନିକଟରେ ଆସି ଠିଆହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ୟରୁ ଏକତୃତୀୟାଂଶ ତାରାକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ସେହି ସାପ, ପ୍ରସବ କରିବାକୁ ଯାଇଥିବା ସେହି ନାରୀଙ୍କ ସାମନାରେ ଠିଆ ହୋଇ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହେବା ମାତ୍ରେ ତାହାକୁ ଖାଇବା ଉଦ୍ଦେଶ୍ୟରେ ସେ ପ୍ରସ୍ତୁତ ହୋଇଗଲା।

Faic an caibideil Dèan lethbhreac




ପ୍ରକାଶିତ 12:4
22 Iomraidhean Croise  

“ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”


ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।


ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।


ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?


ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;


ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।


ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍‍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,


ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;


ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା।


ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।


ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତ-ମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।


ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା,


ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା।


ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା।


କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି।


Lean sinn:

Sanasan


Sanasan