Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନ-ମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ସହସ୍ର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

3 ସେହି ଲକ୍ଷେ ଚଉରାଳିଶ ହଜାର ଜଣ ସ୍ୱର୍ଗ-ସିଂହାସନ, ଚାରୋଟି ପ୍ରାଣୀ ଓ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାଗଣଙ୍କ ସମ୍ମୁଖରେ ଠିଆହେଲେ। ସେମାନେ ନୂତନ ଗୀତ ଗାୟନ କରୁଥିଲେ। ସେମାନଙ୍କ ବ୍ୟତୀତ ଅନ୍ୟ କେହି ସେହି ଗୀତ ଗାଇପାରୁ ନ ଥିଲା। ସମଗ୍ର ମାନବ ଜାତି ମଧ୍ୟରୁ କେବଳ ସେହିମାନେ ପରିତ୍ରାଣ ପାଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଏହି ଲୋକମାନେ ସିଂହାସନ ସମ୍ମୁଖରେ ଗ୍ଭରି ଜଣ ଜୀବନ୍ତ ପଶୁଙ୍କ ସମ୍ମୁଖରେ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କେବଳ 144,000 ଜଣ ଲୋକମାନଙ୍କ ଛଡ଼ା କେହିହେଲେ ଏହି ଗୀତ ଶିଖି ପାରିଲେ ନାହିଁ।

Faic an caibideil Dèan lethbhreac




ପ୍ରକାଶିତ 14:3
17 Iomraidhean Croise  

ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।


ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।


ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟକର।


ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।


ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।


ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।


କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।


କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।


ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।


ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ସ୍ବର୍ଗୀୟ ଭୋଜନ ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ ପ୍ରସ୍ତର ତାହାକୁ ଦେବୁ।”


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ତାହା ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ,


Lean sinn:

Sanasan


Sanasan