Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 14:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ସ୍ତ୍ରୀସଂସର୍ଗରେ ଆପଣା ଆପଣାକୁ କଳୁଷିତ କରି ନ ଥିଲେ, କାରଣ ସେମାନେ ଶୁଚି। ମେଷଶାବକ ଯେକୌଣସି ସ୍ଥାନକୁ ଗମନ। କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ଵର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳସ୍ଵରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;

Faic an caibideil Dèan lethbhreac

ଓଡିଆ ବାଇବେଲ

4 ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି । ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି । ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 ସେମାନେ ସ୍ତ୍ରୀ ସଂସର୍ଗ ଦ୍ୱାରା ନିଜକୁ କେବେ କଳୁଷିତ କରି ନ ଥିଲେ - ସେମାନେ ଥିଲେ ଚିରକୁମାର। ସେମାନେ ସର୍ବଦା ମେଷଶାବକଙ୍କର ଅନୁଗମନ କରୁଥିଲେ। ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ପ୍ରଥମେ ପରିତ୍ରାଣ ପାଇ ଈଶ୍ୱର ଓ ମେଷଶାବକଙ୍କ ନିକଟରେ ଉତ୍ସର୍ଗିତ ହୋଇ ଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି।

Faic an caibideil Dèan lethbhreac




ପ୍ରକାଶିତ 14:4
32 Iomraidhean Croise  

ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।


ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।


ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।


ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି।


ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।


ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!


କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରିପାରେ, ସେ ଗ୍ରହଣ କରୁ।”


“ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।


ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।


ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,


କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।”


ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।


ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;


ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।


କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା।


କାରଣ ଈଶ୍ବରଙ୍କ ବିଷୟକ ଉଦ୍‌ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍‍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍‍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍‍ଦାନ କରିଅଛି।


ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।


ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।


ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି।


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


Lean sinn:

Sanasan


Sanasan