Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ମୁଁ ଦେଖିଲି, ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି ଯେଉଁମାନେ ପଶୁ, ତାହାର ପ୍ରତିମା, ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ଵରଙ୍କ ବୀଣା ଧାରଣ କରି ସେହି କାଚମୟ ସମୁଦ୍ର ତୀରରେ ଦଣ୍ତାୟମାନ ହୋଇଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ୱରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 ତା’ପରେ ମୁଁ ଦେଖିଲି, ଅଗ୍ନିମିଶ୍ରିତ କାଚର ସମୁଦ୍ର ପରି ଏକ ଦୃଶ୍ୟ। ସେହି ସମୁଦ୍ର ତୀରରେ ଠିଆ ହୋଇଥିଲେ ବିଜୟୀ ବ୍ୟକ୍ତିମାନେ - ଏମାନେ ପଶୁ, ପଶୁର ପ୍ରତିମୂର୍ତ୍ତି ଓ ପୂର୍ବୋକ୍ତ ସଂଖ୍ୟା ଦ୍ୱାରା ଚିହ୍ନିତ ସେହି ଦୁରାତ୍ମା ଉପରେ ବିଜୟ ଲାଭ କରିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ମୁଁ ମୋ’ ସାମନାରେ ଅଗ୍ନି ମିଶ୍ରିତ କାଚ ପରି ଏକ ସମୁଦ୍ର ଦେଖିଲି। ଯେଉଁ ଲୋକମାନେ ସେହି ପଶୁ, ତାହାର ପ୍ରତିମା, ଓ ତାହାର ନାମର ସଂଖ୍ୟା ଉପରେ ଜୟଲାଭ କରିଥିଲେ, ସେମାନଙ୍କୁ ସେହି ସମୁଦ୍ର କୂଳରେ ଠିଆ ହେବାର ଦେଖିଲି। ସେମାନଙ୍କ ହାତରେ ପରମେଶ୍ୱର ଦେଇଥିବା ବୀଣା ଥିଲା।

Faic an caibideil Dèan lethbhreac




ପ୍ରକାଶିତ 15:2
14 Iomraidhean Croise  

ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;


ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ।


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।


ପୁଣି, ସେହି ଚିହ୍ନ, ଅର୍ଥାତ୍‍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ।


ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।


ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।


ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।


Lean sinn:

Sanasan


Sanasan