ପ୍ରକାଶିତ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସେମାନେ ଈଶ୍ଵରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର କର୍ମସମୂହ ମହତ୍ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାଯ୍ୟ ଓ ସତ୍ୟ। Faic an caibideilଓଡିଆ ବାଇବେଲ3 ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ । Faic an caibideilପବିତ୍ର ବାଇବଲ (CL) NT (BSI)3 ସେମାନେ ଈଶ୍ୱର ପ୍ରଦାନ କରିଥିବା ବୀଣା ବଜାଇ ଈଶ୍ୱରଙ୍କ ସେବକ ମୋଶାଙ୍କ ଗୀତ ଓ ମେଷଶାବକଙ୍କ ଗୀତ ଗାନ କରୁଥିଲେ। “ହେ ମହାପରାକ୍ରାନ୍ତ ପ୍ରଭୁ ଈଶ୍ୱର! ତୁମ କାର୍ଯ୍ୟସକଳ କେଡ଼େ ମହାନ୍ ଓ ବିଚିତ୍ର, ସମସ୍ତ ଜାତିର ରାଜାଧିରାଜ! ତୁମ କର୍ମପନ୍ଥା କେଡ଼େ ନ୍ୟାୟସଙ୍ଗତ ଓ ଯଥାର୍ଥ! Faic an caibideilପବିତ୍ର ବାଇବଲ3 ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ: “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର! ତୁମ୍ଭର କାର୍ଯ୍ୟଗୁଡ଼ିକ ମହାନ ଓ ଆଶ୍ଚର୍ଯ୍ୟପୂର୍ଣ୍ଣ ହେ ଜାତି ସମୂହର ରାଜା, ତୁମ୍ଭର ପଥଗୁଡ଼ିକ ନ୍ୟାୟସଙ୍ଗତ ଓ ସତ୍ୟ। Faic an caibideil |
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”