Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଆଉ ମନ୍ଦିରରୁ ସେହି ସପ୍ତକ୍ଳେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ଵଳ ମସୀନା ବସ୍ତ୍ର ପରିହିତ ପୁଣି ସେମାନଙ୍କ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ବଦ୍ଧ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

6 ସପ୍ତ ମହାମାରୀ ଧରିଥିବା ସପ୍ତଦୂତ ସ୍ୱର୍ଗମନ୍ଦିର ଭିତରୁ ବାହାରି ଆସିଲେ: ସେମାନେ ନିର୍ମଳ ଶୁଭ୍ର ବସ୍ତ୍ର ପିନ୍ଧି ଥିଲେ ଓ ବକ୍ଷ ସ୍ଥଳରେ ସୁବର୍ଣ୍ଣ ପଟୁକା ବାନ୍ଧି ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ସେହି ମନ୍ଦିର ଭିତରୁ ସାତ ଜଣ ଦୂତ ସାତୋଟି ମହାମାରୀଗୁଡ଼ିକୁ ଧରି ବାହାରି ଆସିଲେ। ସେମାନେ ଶୁଦ୍ଧ, ଉଜ୍ଜ୍ୱଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସେମାନଙ୍କ ବକ୍ଷରେ ସୁବର୍ଣ୍ଣ ବନ୍ଧନୀ ଥିଲା।

Faic an caibideil Dèan lethbhreac




ପ୍ରକାଶିତ 15:6
9 Iomraidhean Croise  

ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟି ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;


ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;


ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଚ୍ଛନ୍ନ ବ୍ୟକ୍ତିଙ୍କୁ ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପରିପକ୍ୱ ହୋଇଅଛି।


ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା।


ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶମାନଙ୍କରେ ଈଶ୍ବରଙ୍କ କ୍ରୋଧ ସମାପ୍ତ।


ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧାର୍ମିକ କର୍ମ।”


Lean sinn:

Sanasan


Sanasan