Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ବରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ସେମାନେ ଆପଣା ଆପଣା ବେଦନା ଓ ବିସ୍ଫୋଟକ ସକାଶେ ସ୍ଵର୍ଗସ୍ଥ ଈଶ୍ଵରଙ୍କର ନିନ୍ଦା କଲେ, ଆଉ ଆପଣା ଆପଣା କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ୱରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନପରିବର୍ତ୍ତନ କଲେ ନାହିଁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

11 ସେମାନଙ୍କ ଶରୀରର କ୍ଷତଗୁଡ଼ିକ ଲାପି ଓ ବ୍ୟଥା ବେଦନା ହେତୁ ଈଶ୍ୱରଙ୍କୁ ଅଭିଶାପ ଦେଲେ। କିନ୍ତୁ ନିଜ କୁପଥରୁ ଫେରି ଆସିଲେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ସେମାନେ ତାହାଙ୍କ ଯନ୍ତ୍ରଣା ଓ ଘା ସକାଶେ ସ୍ୱର୍ଗରେ ଥିବା ପରମେଶ୍ୱରଙ୍କର ନିନ୍ଦା କଲେ। କିନ୍ତୁ ସେମାନେ ତାହାଙ୍କର ହୃଦୟ ପରିବର୍ତ୍ତନ କଲେ ନାହିଁ ଓ ନିଜର ମନ୍ଦ କାମ ପାଇଁ ଅନୁତାପ କଲେ ନାହିଁ।

Faic an caibideil Dèan lethbhreac




ପ୍ରକାଶିତ 16:11
20 Iomraidhean Croise  

ପୁଣି, ସେହି ଆହସ୍‌ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।


ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।


“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,


ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,


ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?


ତହୁଁ ମୁଁ ଏହି କଥା ଶୁଣିବାମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,


ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି।


ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”


କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।


ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍‍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।


ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା।


ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ବରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।


ସେତେବେଳେ ମନୁଷ୍ୟମାନେ ମହାତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ବରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ-ପରିବର୍ତ୍ତନ କଲେ ନାହିଁ।


ଆମ୍ଭେ ତାହାକୁ ମନ-ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ-ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।


Lean sinn:

Sanasan


Sanasan