Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 16:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଆଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

12 ଅନନ୍ତର ଷଷ୍ଠ ଦୂତ ବିଶାଳ ୟୁଫ୍ରେଟିସ୍ ଉପରେ ତାଙ୍କ ପାତ୍ରର ଆଧେୟ ଢ଼ାଳି ଦେଲେ। ସଙ୍ଗେ ସଙ୍ଗେ ନଦୀଟି ଶୁଖିଗଲା ଓ ପୂର୍ବଦିଗରୁ ଶତ୍ରୁ ରାଜାମାନଙ୍କର ଆଗମନ ପାଇଁ ବାଟ ଫିଟିଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢାଳିଲେ। ଏହା ଦ୍ୱାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା।

Faic an caibideil Dèan lethbhreac




ପ୍ରକାଶିତ 16:12
15 Iomraidhean Croise  

ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।


ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।


ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦ-ନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।


ଆମ୍ଭେ ଅଗାଧ ଜଳକୁ କହୁ, ‘ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦ-ନଦୀସବୁ ଶୁଷ୍କ କରିବା;’


ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।


ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।


ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି।


ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।


ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ବରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ,


ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ।


Lean sinn:

Sanasan


Sanasan