Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 17:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହୋଇଥିବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହେଲି।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି । ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି |

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

6 ମୁଁ ଆହୁରି ଦେଖିଲି, ସେହି ସ୍ତ୍ରୀ ଲୋକଟି ସାଧୁମାନଙ୍କର ଓ ଯୀଶୁଙ୍କ ପ୍ରତି ବିଶ୍ୱସ୍ତ ରହି ନିହତ ହୋଇଥିବା ଲୋକମାନଙ୍କର ରକ୍ତପାନ କରି ମତୁଆଲା ହୋଇଥିଲା। ତାକୁ ଦେଖି ମୁଁ ବିସ୍ମୟରେ ହତବୁଦ୍ଧି ହୋଇଗଲି।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ମୁଁ ସେହି ସ୍ତ୍ରୀଲୋକକୁ ପରମେଶ୍ୱରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟରେ ସେମାନଙ୍କର ସାକ୍ଷ୍ୟ ଦେଇଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି। ମୁଁ ସେହି ସ୍ତ୍ରୀଲୋକକୁ ଦେଖି ବହୁତ ଆଶ୍ଚର୍ଯ୍ୟ ହୋଇଗଲି।

Faic an caibideil Dèan lethbhreac




ପ୍ରକାଶିତ 17:6
12 Iomraidhean Croise  

ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?


ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।


ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।


ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।


ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।


ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।


Lean sinn:

Sanasan


Sanasan