Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ, ପୁଣି ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 ସେ ଉଚ୍ଚ ସ୍ୱରରେ କହିଲେ, “ତାହାର ପତନ ଘଟିଛି। ମହାନ୍ ବାବିଲନ୍ ଧୂଳିସାତ୍ ହୋଇଛି! ତାହା ବର୍ତ୍ତମାନ ପିଶାଚ ଓ ଅଶୁଚି ପ୍ରେତାତ୍ମାମାନଙ୍କର ଆଶ୍ରୟସ୍ଥଳୀ ହୋଇଛି। ସମସ୍ତ ପ୍ରକାର ଅଶୁଚି ଓ ଘୃଣ୍ୟ ପକ୍ଷୀ ସେଠାରେ ବସା ବାନ୍ଧି ରହିଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସେ ଦୂତ ବହୁତ ଉଚ୍ଚ ସ୍ୱରରେ ପାଟିକରି କହିଲେ: “ତା'ର ପତନ ହେଲା। ମହାନଗରୀ ବାବିଲର ପତନ ହୋଇଗଲା। ତାହା ଭୂତମାନଙ୍କର ବାସସ୍ଥଳୀ ହେଲା। ତାହା ପ୍ରତ୍ୟେକ ଭୂତାତ୍ମା, ପ୍ରତ୍ୟେକ ପ୍ରକାରର ଶୁଚି ପକ୍ଷୀ ଏବଂ ପ୍ରତ୍ୟେକ ଅଶୁଚି ତଥା ଘୃଣ୍ୟ ପଶୁଙ୍କ ଆଶ୍ରୟସ୍ଥଳ ହେଲା।

Faic an caibideil Dèan lethbhreac




ପ୍ରକାଶିତ 18:2
26 Iomraidhean Croise  

ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”


ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।


ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।


ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।


ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।


ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।


ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ।


ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।


ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।


ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଚ୍ଛନ୍ନ ବ୍ୟକ୍ତିଙ୍କୁ ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପରିପକ୍ୱ ହୋଇଅଛି।


ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।


ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;


ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।


ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।


ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।


ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”


ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, “ଏହିପରି ମହାବଳରେ, ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।


ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?


Lean sinn:

Sanasan


Sanasan