Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ଵସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ଵୀକାର କରି ନ ଥିଲ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

13 ମୁଁ ଜାଣେ, ତୁମେ ଶୟତାନର ସିଂହାସନ ନିକଟରେ ବାସ କରୁଅଛ। କିନ୍ତୁ ତୁମେ ମୋ’ ପ୍ରତି ବିଶ୍ୱସ୍ତ, ଏପରି କି ଶୟତାନର ବାସସ୍ଥଳୀରେ ଯେତେବେଳେ ମୋର ଜଣେ ବିଶ୍ୱସ୍ତ ଦାସ ଆଣ୍ଟିପାସ୍‌ଙ୍କୁ ହତ୍ୟା କରାଗଲା, ସେତେବେଳେ ସୁଦ୍ଧା ତୁମର ବିଶ୍ୱାସ ପରିତ୍ୟାଗ କରି ନ ଥିଲ।

Faic an caibideil Dèan lethbhreac

ପବିତ୍ର ବାଇବଲ

13 “ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠାରେ ରହିଛି, ସେହି ନଗରରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମୋ’ ପ୍ରତି ନିଷ୍ଠାବାନ ହୋଇଅଛ ଏପରିକି, ଶୟତାନ ବାସ କରୁଥିବା ସେହି ନଗରରେ ମୋର ବିଶ୍ୱସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ୟା କରାଯିବା ସମୟରେ ମଧ୍ୟ ତୁମ୍ଭେ ମୋ'ଠାରେ ବିଶ୍ୱାସ କରୁଅଛ ବୋଲି ଅସ୍ୱୀକାର କରି ନ ଥିଲା।

Faic an caibideil Dèan lethbhreac




ପ୍ରକାଶିତ 2:13
27 Iomraidhean Croise  

କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।


ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।


ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”


ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ।


ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।


ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।


ବରଂ ସମସ୍ତ ବିଷୟ ପରୀକ୍ଷା କର;


କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।


ମୋʼଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ।


ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;


ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;


କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।


ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।


ଏଠାରେ ସାଧୁମାନଙ୍କର, ଅର୍ଥାତ୍‍ ଯେଉଁମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।


ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରୀକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।


ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;


Lean sinn:

Sanasan


Sanasan