Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନ-ପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଲେଶରେ ପକାଇବା,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନ ପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଳେଶରେ ପକାଇବୁ,

Faic an caibideil Dèan lethbhreac

ଓଡିଆ ବାଇବେଲ

22 ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଲେଶରେ ପକାଇବୁ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

22 ତେଣୁ ମୁଁ ତାକୁ ଏବଂ ତା’ ସହିତ ବ୍ୟଭିଚାରରେ ଲିପ୍ତ ସମସ୍ତଙ୍କୁ ରୋଗ ଶଯ୍ୟାରେ ପକାଇବି ଏବଂ ସେମାନେ ଭୟଙ୍କର ଯନ୍ତ୍ରଣା ଭୋଗ କରିବେ। ଯଦି ସେମାନେ ତାହା ସହିତ କରିଥିବା ଦୁଷ୍କୃତି ନିମନ୍ତେ ଅନୁତାପ ନ କରନ୍ତି, ତେବେ ମୁଁ ଏହା ନିଶ୍ଚୟ କରିବି।

Faic an caibideil Dèan lethbhreac

ପବିତ୍ର ବାଇବଲ

22 “ତେଣୁ ମୁଁ ତାକୁ ଯନ୍ତ୍ରଣାପୂର୍ଣ୍ଣ ଶଯ୍ୟାରେ ପକାଇ ଦେବି। ତା'ସହିତ ଯେଉଁମାନେ ବ୍ୟଭିଗ୍ଭର ପାପକର୍ମ କରିବେ, ସେମାନେ ମଧ୍ୟ କଷ୍ଟ ଭୋଗିବେ। ସେମାନେ ଯଦି ତା'ର ମନ୍ଦକାର୍ଯ୍ୟରୁ ନିଜକୁ ଫେରାଇ ନ ଆଣିବେ, ତେବେ ମୁଁ ସେମାନଙ୍କୁ ଦଣ୍ଡ ଦେବି।

Faic an caibideil Dèan lethbhreac




ପ୍ରକାଶିତ 2:22
16 Iomraidhean Croise  

ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”


ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ।


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?


ଆମ୍ଭେ କହିଲୁ, “ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।”


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”


କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।


ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।


କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”


ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;


ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।


Lean sinn:

Sanasan


Sanasan