Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

6 ମୃତ ବ୍ୟକ୍ତିମାନଙ୍କର ଏହି ପ୍ରଥମ ପୁନରୁତ୍ଥାନରେ ଯେଉଁମାନେ ଅନ୍ତର୍ଭୁକ୍ତ, ସେମାନେ କେଡ଼େ ଭାଗ୍ୟବାନ। ସେମାନେ କେଡ଼େ ସୁଖୀ! ସେମାନଙ୍କୁ ଆଉ ଦ୍ୱିତୀୟ ଥର ମୃତ୍ୟୁଭୋଗ କରିବାକୁ ପଡ଼ିବ ନାହିଁ। ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଏହି ପ୍ରଥମ ପୁନରୁ‌ତ୍‌‌ଥାନରେ ଯେଉଁମାନେ ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର। ଏମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି କ୍ଷମତା ନାହିଁ। ସେହି ଲୋକମାନେ ପରମେଶ୍ୱରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହେବେ। ସେମାନେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କରିବେ।

Faic an caibideil Dèan lethbhreac




ପ୍ରକାଶିତ 20:6
19 Iomraidhean Croise  

ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ;


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।


ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନି ଶହ ପଞ୍ଚତିରିଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।


ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।


ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ବର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍‍।


ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।”


ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍‍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।


“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”


Lean sinn:

Sanasan


Sanasan