Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ବର ତାହା ପ୍ରତି ଘଟାଇବେ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଳେଶଗୁଡ଼ିକ ଈଶ୍ଵର ତାହା ପ୍ରତି ଘଟାଇବେ;

Faic an caibideil Dèan lethbhreac

ଓଡିଆ ବାଇବେଲ

18 ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହି ସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ୱର ତାହା ପ୍ରତି ଘଟାଇବେ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

18 ମୁଁ ଯୋହନ। ଯେଉଁମାନେ ଏହି ପୁସ୍ତକର ଭବିଷ୍ୟଦ୍ବାଣୀ ସବୁ ଶୁଣନ୍ତି, ସେମାନଙ୍କୁ ମୁଁ ସତର୍କ କରି ଦେଉଛି: ଯଦି ଏଥିରେ କେହି କିଛି ଯୋଗ କରେ, ତେବେ ଏହି ପୁସ୍ତକବର୍ଣ୍ଣିତ ମହାମାରୀ ଦ୍ୱାରା ଈଶ୍ୱର ତାକୁ ଶାସ୍ତି ଦେବେ

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଏହି ପୁସ୍ତକର ଭବିଷ୍ୟ‌‌ଦ୍‌‌‌‌ବାଣୀର ବାକ୍ୟଗୁଡ଼ିକୁ ଶୁଣୁଥିବା ପ୍ରତ୍ୟେକ ଲୋକକୁ ମୁଁ ସତର୍କ କରିଦିଏ। କେହି ଯଦି ଏହି ବାକ୍ୟଗୁଡ଼ିକ ସହିତ କିଛି ଯୋଗକରେ ତେବେ ପରମେଶ୍ୱର ତାହାକୁ ଏହି ପୁସ୍ତକରେ ଲେଖାଥିବା କ୍ଳେଶଗୁଡ଼ିକ ଦେବେ।

Faic an caibideil Dèan lethbhreac




ପ୍ରକାଶିତ 22:18
23 Iomraidhean Croise  

ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।


ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।


ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।


ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।


କିନ୍ତୁ ଯୀଶୁ ଉତ୍ତର ଦେଲେ, “ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାନ୍ତି, ସେ ସବୁ ଉତ୍ପାଟିତ ହେବ।


ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;


ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।


ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହି ସବୁ ଆଜ୍ଞା ପାଳନ କର।


ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।


ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।


ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶମାନଙ୍କରେ ଈଶ୍ବରଙ୍କ କ୍ରୋଧ ସମାପ୍ତ।


ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।


ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।


ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ।


ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”


କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର।


“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


Lean sinn:

Sanasan


Sanasan