Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

15 ମୁଁ ତୁମର କାର୍ଯ୍ୟକଳାପ ଜାଣେ; ତୁମେ ଶୀତଳ ନୁହଁ, କି ଉତ୍ତପ୍ତ ନୁହଁ, ଏହା ମୁଁ ଜାଣେ। ତୁମେ ଶୀତଳ କିମ୍ବା ଉତ୍ତପ୍ତ ହୋଇଥିଲେ, ଭଲ ହୁଅନ୍ତା।

Faic an caibideil Dèan lethbhreac

ପବିତ୍ର ବାଇବଲ

15 “ମୁଁ ତୁମ୍ଭର କାର୍ଯ୍ୟ ଜାଣେ। ତୁମ୍ଭେ ଉତ୍ତପ୍ତ ନୁହଁ ବା ଶୀତଳ ନୁହଁ। ମୁଁ ଆଶାକରେ, ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ହୋଇଥିଲେ ଭଲ ହୋଇ ଥା’ନ୍ତା।

Faic an caibideil Dèan lethbhreac




ପ୍ରକାଶିତ 3:15
23 Iomraidhean Croise  

ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍‍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।


ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।


ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।


ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ।


ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।


ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ।


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।


ଉଦ୍‍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;


ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!


ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରୀକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ।


“ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।


ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ।


Lean sinn:

Sanasan


Sanasan