Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

8 ପ୍ରତ୍ୟେକ ପ୍ରାଣୀର ଛଅଟି ଡ଼େଣା ଥିଲା ଏବଂ ସେଗୁଡ଼ିକର ବାହାର ଓ ଭିତର ମଧ୍ୟ ଚକ୍ଷୁରେ ପରିପୂର୍ଣ୍ଣ ଥିଲା। ସେମାନେ ଦିବାରାତ୍ରି, ଅବିଶ୍ରାନ୍ତ ଭାବରେ ଗାୟନ କରୁଥିଲେ:- “ପବିତ୍ର, ପବିତ୍ର, ପବିତ୍ର, ସର୍ବଶକ୍ତିମାନ୍ ପ୍ରଭୁ ଈଶ୍ୱର! ଆଦ୍ୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେ ସଦା ବିଦ୍ୟମାନ ଓ ପୁଣି ଥରେ ଯେ ଆଗମନ କରିବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ

8 ପ୍ରତ୍ୟେକଙ୍କର ଛଅଟି ଲେଖାଏଁ ଡେଣା ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଗ୍ଭରିପାଖ ଆଖିରେ ପରିପୂର୍ଣ୍ଣ ଥିଲା। ସେମାନେ ଦିନରାତି ଅବିରତ କହୁଥିଲେ: “ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ପବିତ୍ର, ପବିତ୍ର, ପବିତ୍ର। ସେ ସର୍ବଦା ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଏବଂ ଭବିଷ୍ୟତରେ ରହିଥିବେ।”

Faic an caibideil Dèan lethbhreac




ପ୍ରକାଶିତ 4:8
42 Iomraidhean Croise  

ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?


ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’”


ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।


ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।


ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।


ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା।


ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।


ପୁଣି, ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍‍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା।


ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।


ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।


“ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”


ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।


ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।


ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”


“ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।


ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।


ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।


ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।


ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ବରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।


ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।


ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।”


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।


ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ବରଙ୍କୁ ପ୍ରଣାମ କରି କହିଲେ, “ଆମେନ୍‍ ହାଲ୍ଲିଲୂୟା।”


ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।


“ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,


ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।


ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,


ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା।


ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।


ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।


ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ବରଙ୍କୁ ପ୍ରଣାମ କରି କହୁଅଛନ୍ତି,


ସେଥିପାଇଁ, “ସେମାନେ ଈଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ, ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି,” “ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ୱରୂପ ହେବେ।


Lean sinn:

Sanasan


Sanasan