Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୁଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

5 ତା’ପରେ ବୟୋଜ୍ୟେଷ୍ଠ ନେତାମାନଙ୍କ ମଧ୍ୟରୁ ଜଣେ ମୋତେ ଆଶ୍ୱାସନା ଦେଇ କହିଲେ, “କାନ୍ଦ ନାହିଁ, ଦେଖ! ଦାଉଦଙ୍କର ମହାନ ବଂଶଧର, ଯିହୁଦା ଗୋଷ୍ଠୀର ସିଂହ ବିଜୟୀ ହୋଇ ଆସିଛନ୍ତି; ସେ ଏହି ସାତଟିଯାକ ମୋହର ଭାଙ୍ଗି ପାଣ୍ଡୁଲିପି ଖୋଲିବାକୁ ସକ୍ଷମ।”

Faic an caibideil Dèan lethbhreac

ପବିତ୍ର ବାଇବଲ

5 କିନ୍ତୁ ସେହି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, “କାନ୍ଦ ନାହିଁ! ଯିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ଯ୍ୟ କରିବାକୁ ବିଜୟୀ ହୋଇଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତୋଟି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।”

Faic an caibideil Dèan lethbhreac




ପ୍ରକାଶିତ 5:5
25 Iomraidhean Croise  

ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।


ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।


ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି।


ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;


ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।


ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।


ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”


କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;


ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।”


ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, “ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।”


ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ।


ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,


ପୁନର୍ବାର ଯିଶାଇୟ କହନ୍ତି, “ଯିଶୀଙ୍କ ମୂଳ ରହିବ, ଆଉ ଯେ ଅଣଯିହୁଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୁଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”


କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।


ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ବର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।


ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,


ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି।


ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।


ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି?


Lean sinn:

Sanasan


Sanasan