Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭ୍ରାତୃଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଶୁକ୍ଳ ବସ୍ତ୍ର ଦତ୍ତ ହେଲା, ପୁଣି ସେମାନଙ୍କର ଯେଉଁ ସହଦାସ ଓ ଭ୍ରାତୃଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବାଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆ ଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭାତ୍ରୁଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

11 ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ଗୋଟିଏ ଲେଖାଏଁ ଶୁକ୍ଲ ବସ୍ତ୍ର ଦିଆହେଲା। ପୁଣି ସେମାନଙ୍କର ସଙ୍ଗୀ ଭାଇ ଓ ସେବକମାନେ ନିର୍ଦ୍ଦିଷ୍ଟ ସଂଖ୍ୟାରେ ନିହତ ନ ହେବା ଯାଏ ସେମାନଙ୍କୁ ଆହୁରି କିଛି ସମୟ ଅପେକ୍ଷା କରିବାକୁ କୁହାଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ତା'ପରେ ପ୍ରତ୍ୟେକ ଆତ୍ମାଙ୍କୁ ଗୋଟିଏ ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସେମାନଙ୍କୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠାରେ ଥିବା ସେମାନଙ୍କର ଅନ୍ୟସବୁ ଭାଇମାନଙ୍କୁ ସେମାନଙ୍କ ପରି ହତ୍ୟା କରାଯିବା ପର୍ଯ୍ୟନ୍ତ ଓ ସେମାନଙ୍କ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ୟାର ସବୁକିଛି ସରିବା ପର୍ଯ୍ୟନ୍ତ ସେମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା।

Faic an caibideil Dèan lethbhreac




ପ୍ରକାଶିତ 6:11
19 Iomraidhean Croise  

ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।”


ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;


ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;


ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି।


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।


ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;


ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।


ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।


ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;


Lean sinn:

Sanasan


Sanasan