Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହାଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମନିର୍ମିତ କମ୍ଵଳ ପରି କୃଷ୍ଣବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତବର୍ଣ୍ଣ ହେଲା,

Faic an caibideil Dèan lethbhreac

ଓଡିଆ ବାଇବେଲ

12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

12 ତା’ପରେ, ମୁଁ ଦେଖିଲି, ମେଷଶାବକ ଷଷ୍ଠ ମୋହର ଭାଙ୍ଗିଲେ; ତତ୍କ୍ଷଣାତ୍ ପ୍ରବଳ ଭୂମିକମ୍ପ ହେଲା। ସୂର୍ଯ୍ୟ କୃଷ୍ଣ ବର୍ଣ୍ଣର କମ୍ବଳ ପରି ଅନ୍ଧକାରମୟ ହେଲା ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହୋଇଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ତା'ପରେ ମୁଁ ମେଷଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତେବେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ଯ୍ୟ ଲୋମରେ ତିଆରି ହୋଇଥିବା କଳାକମ୍ବଳ ପରି କଳାବର୍ଣ୍ଣ ହୋଇଗଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହୋଇଗଲା।

Faic an caibideil Dèan lethbhreac




ପ୍ରକାଶିତ 6:12
31 Iomraidhean Croise  

ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।


ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।


ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।


ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”


ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।


ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।


ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ।


ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।


ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।


“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।


“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍‍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’


କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।


ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।


ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।


ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।


ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।


ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍‍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।


ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।


ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା।


ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।


ପରେ ସେହି ଦୂତ ଧୂପଦାନୀ ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳି ଓ ଭୂମିକମ୍ପ ହେଲା।


Lean sinn:

Sanasan


Sanasan