Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ। ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କୃଷ୍ଣବର୍ଣ୍ଣ ଅଶ୍ଵ, ପୁଣି ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

5 ତା’ପରେ ମେଷଶାବକ ତୃତୀୟ ମୋହର ଭାଙ୍ଗିଲେ ଓ ଦ୍ୱିତୀୟ ପ୍ରାଣୀ ମୋତେ କହିଲେ, “ଆସି ଦେଖ”। ମୁଁ ଦେଖିଲି, ଗୋଟିଏ କୃଷ୍ଣ ବର୍ଣ୍ଣ ଅଶ୍ୱ; ତା’ ଆରୋହୀଙ୍କ ହସ୍ତରେ ଗୋଟିଏ ତରାଜୁ ଥିଲା;

Faic an caibideil Dèan lethbhreac

ପବିତ୍ର ବାଇବଲ

5 ତା'ପରେ ମେଷଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତେବେଳେ ତୃତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, “ଆସ।” ସେତେବେଳେ ମୋ’ ସମ୍ମୁଖରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆରୋହୀଙ୍କ ହାତରେ ଗୋଟିଏ ତରାଜୁ ଥିଲା।

Faic an caibideil Dèan lethbhreac




ପ୍ରକାଶିତ 6:5
11 Iomraidhean Croise  

ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।


ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ଶେକଲ ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ।


ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;


ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।


ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ।


ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡ଼େ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।


କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।


ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।


Lean sinn:

Sanasan


Sanasan