Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୂର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଚ୍ଛନ୍ନ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ସେ ସେହି ପାତାଳକୁଣ୍ତ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳ-କୁଣ୍ତର ଧୂମ ହେତୁ ସୂର୍ଯ୍ୟ ପୁଣି ଆକାଶ ଅନ୍ଧକାରାଚ୍ଛନ୍ନ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୁର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଛନ୍ନ ହେଲା ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 ସେ ଆସି ପାତାଳର ଦ୍ୱାର ଖୋଳିଦେବା କ୍ଷଣି ଗୋଟିଏ ବୃହତ୍ ଭାଟିରୁ ବାହାରୁଥିବା ଧୂଆଁ ପରି ପାତାଳ କୁଣ୍ଡରୁ ଘନ ଧୂମ ନିର୍ଗତ ହେଲା ଓ ସେହି ଧୂଆଁ ହେତୁ ସୂର୍ଯ୍ୟ ଓ ଆକାଶ ଅନ୍ଧକାରାଚ୍ଛନ୍ନ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସେହି ତାରା ପାତାଳର ପ୍ରବେଶ ଦ୍ୱାର ଖୋଲିଲା କ୍ଷଣି ପ୍ରକାଣ୍ଡ ଭାଟିରୁ ଧୂଆଁ ଉଠିଲା ଭଳି ସେହି ଅତଳଗର୍ଭ ଭିତରୁ ଧୂଆଁ ଉଠିଲା। ସେହି ଧୂଆଁ ଦ୍ୱାରା ସୂର୍ଯ୍ୟ ଓ ଆକାଶ ଅନ୍ଧକାରମୟ ହୋଇଗଲା

Faic an caibideil Dèan lethbhreac




ପ୍ରକାଶିତ 9:2
16 Iomraidhean Croise  

ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।


ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟିର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।


ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।


ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।”


ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”


ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।


ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।


ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।


ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।


ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;


ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।


ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା।


ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍‍ ଭାଷାରେ ଅପଲ୍ଲିୟୋନ୍।


ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।


Lean sinn:

Sanasan


Sanasan